Biblia Todo Logo
Bib sou entènèt

- Piblisite -




୧ ପିତର 1:25 - ଓଡିଆ ବାଇବେଲ

25 କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ଈଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ। ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 କିନ୍ତୁ ଈଶ୍ୱରଙ୍କ ବାକ୍ୟ ଚିରସ୍ଥାୟୀ।” ଏହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

25 କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।”

Gade chapit la Kopi




୧ ପିତର 1:25
23 Referans Kwoze  

ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”


କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।


ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ ।


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।


କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ ।


ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ ।


ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।


ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି ।


ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା ?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;


ଈଶ୍ୱରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,


ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,


Swiv nou:

Piblisite


Piblisite