Biblia Todo Logo
Bib sou entènèt

- Piblisite -




୧ ପିତର 1:4 - ଓଡିଆ ବାଇବେଲ

4 ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତେଣୁ ଈଶ୍ୱର ତାଙ୍କ ଲୋକମାନଙ୍କ ନିମନ୍ତେ ଯେଉଁ ବହୁମୂଲ୍ୟ ଆଶୀର୍ବାଦ ରଖିଛନ୍ତି, ତାହା ପାଇବା ପାଇଁ ଆମ୍ଭେମାନେ ପ୍ରତୀକ୍ଷାରେ ଅଛୁ। ତାହା ସେ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ଗଚ୍ଛିତ କରି ରଖିଛନ୍ତି। ସେଠାରେ ତାହା କ୍ଷୟ ପାଏ ନାହିଁ, ନଷ୍ଟ ବା ମ୍ଳାନ ହୁଏ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସେହି ଆଶୀର୍ବାଦଗୁଡ଼ିକ ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ। ସେହି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହେବ ନାହିଁ, ବା ଧ୍ୱଂସ ପାଇବ ନାହିଁ କିଅବା ସେଗୁଡ଼ିକ ସେମାନଙ୍କର ସୌନ୍ଦର୍ଯ୍ୟ ହରାଇବେ ନାହିଁ।

Gade chapit la Kopi




୧ ପିତର 1:4
27 Referans Kwoze  

କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ୱରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି ।


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ ।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,


ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।


ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।


ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ ।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।


ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍‍ !


ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ ।


ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ ।


କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ୱର ପ୍ରତିଜ୍ଞା ଦ୍ୱାରା ଅବ୍ରାହାମଙ୍କୁ ତାହା ଦାନ କରିଅଛନ୍ତି ।


ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ ।


ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ ।


ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା]


“କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।


ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?


ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,


କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ ।


Swiv nou:

Piblisite


Piblisite