Biblia Todo Logo
Bib sou entènèt

- Piblisite -




୧ ପିତର 2:15 - ଓଡିଆ ବାଇବେଲ

15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ୱରଙ୍କ ଇଚ୍ଛା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧ-ମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ଵରଙ୍କ ଇଚ୍ଛା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଈଶ୍ୱର ଚାହାନ୍ତି, ତୁମ୍ଭେମାନେ ସତ୍କର୍ମ ଦ୍ୱାରା ବୃଥା ଗଳ୍ପ କରୁଥିବା ନିର୍ବୋଧମାନଙ୍କୁ ନିରୁତ୍ତର କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;

Gade chapit la Kopi

ପବିତ୍ର ବାଇବଲ

15 ଅତଏବ ଭଲ କାମ କରିବା ଦ୍ୱାରା, ଯେଉଁମାନେ ତୁମ୍ଭ ବିଷୟରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସେମାନଙ୍କ ମୁହଁ ବନ୍ଦ ହୋଇଯିବ।

Gade chapit la Kopi




୧ ପିତର 2:15
23 Referans Kwoze  

କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ୱରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।


ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।


ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।


ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ ।


କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ୱରଙ୍କ ଅଭିମତ ।


କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ୱରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।


ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କ’ଣ ଗ୍ରହଣ କରିବା ନାହିଁ ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।


ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି ।


ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ୱରଙ୍କ ଇଚ୍ଛାନୁସାରେ କ୍ଷେପଣ କର ।


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ ।


ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ।


ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।


ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।


Swiv nou:

Piblisite


Piblisite