Biblia Todo Logo
Bib sou entènèt

- Piblisite -




୧ ପିତର 2:16 - ଓଡିଆ ବାଇବେଲ

16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ୱରଙ୍କ ଦାସ ହୋଇ ସତ୍କର୍ମ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେମାନେ ସ୍ଵାଧୀନ ହେଲେହେଁ ତୁମ୍ଭମାନଙ୍କର ସ୍ଵାଧୀନତାକୁ ଦୁଷ୍ଟତାର ଆବରଣ ସ୍ଵରୂପେ ବ୍ୟବହାର ନ କରି ବରଂ ଈଶ୍ଵରଙ୍କ ଦାସ ହୋଇ ସତ୍କର୍ମ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସ୍ୱାଧୀନ ଲୋକଙ୍କ ପରି ଜୀବନ ଯାପନ କର। କିନ୍ତୁ ସ୍ୱାଧୀନତାର ଅପବ୍ୟବହାର କରି ଗର୍ହିତ କର୍ମ କର ନାହିଁ। ବରଂ ଈଶ୍ୱରଙ୍କ କ୍ରୀତଦାସ ରୂପେ ଜୀବନ ଯାପନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।

Gade chapit la Kopi

ପବିତ୍ର ବାଇବଲ

16 ପରମେଶ୍ୱର ଏହା ଗ୍ଭହାନ୍ତି। ସ୍ୱାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ୱାଧୀନତାର ଅପବ୍ୟବହାର କର ନାହିଁ। ପରମେଶ୍ୱରଙ୍କ ସେବାରେ ଜୀବନ କାଟ।

Gade chapit la Kopi




୧ ପିତର 2:16
15 Referans Kwoze  

କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର ।


କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ ।


କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ ।


ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ ।


ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ ।


କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।


ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର ।


ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ୱରଙ୍କ ଇଚ୍ଛା ସାଧନ କର ।


ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ ।


ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,


କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ ।


ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା- ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ ।


Swiv nou:

Piblisite


Piblisite