Biblia Todo Logo
Bib sou entènèt

- Piblisite -




୧ ପିତର 2:21 - ଓଡିଆ ବାଇବେଲ

21 ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଈଶ୍ୱର ଏହି ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ଖ୍ରୀଷ୍ଟ ନିଜେ ତୁମ୍ଭମାଙ୍କ ନିମନ୍ତେ କ୍ଳେଶ ଭୋଗ କରି ଆଦର୍ଶ ଦେଖାଇଛନ୍ତି, ଯେପରି ତୁମ୍ଭେମାନେ ତାଙ୍କ ପଦାଙ୍କ ଅନୁସରଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

21 ଏହା କରିବାକୁ ତୁମ୍ଭେ ଆହ୍ୱାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦେଖାଇ ଦେଇଯାଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ୟ କଷ୍ଟ ଭୋଗିଲା ବେଳେ ଧୈର୍ଯ୍ୟଶୀଳ ହେବା ଉଚିତ୍।

Gade chapit la Kopi




୧ ପିତର 2:21
30 Referans Kwoze  

ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।


କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।


ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),


ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି ।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ ।


ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ ।


ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।


ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।


କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା ।


ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ |


ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।


ସେ ଜଗତର ପତ୍ତନ ପୂର୍ବରୁ ନିରୁପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;


ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ ।


ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ । କାରଣ ଆମ୍ଭେମାନେ ଏଥି ନିମନ୍ତେ ନିରୁପିତ ବୋଲି ତୁମ୍ଭେମାନେ ତ ଜାଣ ।


ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା ।


ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ?


ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ ।


Swiv nou:

Piblisite


Piblisite