Biblia Todo Logo
Bib sou entènèt

- Piblisite -




୧ ପିତର 3:17 - ଓଡିଆ ବାଇବେଲ

17 କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ୱରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ଵରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଦୁଷ୍କର୍ମ କରି କ୍ଳେଶଭୋଗ କରିବା ଅପେକ୍ଷା, ଈଶ୍ୱରଙ୍କ ଇଚ୍ଛାନୁରୂପ ସତ୍କର୍ମ କରି ଦୁଃଖଭୋଗ କରିବା ଶ୍ରେୟସ୍କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।

Gade chapit la Kopi

ପବିତ୍ର ବାଇବଲ

17 ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ୱରଙ୍କର ଇଚ୍ଛା, ତେବେ ଏହା ହିଁ ଭଲ।

Gade chapit la Kopi




୧ ପିତର 3:17
10 Referans Kwoze  

ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


ଅତଏବ, ଯେଉଁମାନେ ଈଶ୍ୱରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍‍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ ।


ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ।


ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କ'ଣ ସୁଖ୍ୟାତି ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ୱରଙ୍କ ନିକଟରେ ପ୍ରଶଂସାର ବିଷୟ ।


ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ ।


ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ ।


ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;


କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ୱରଙ୍କ ଇଚ୍ଛା;


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।


ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,


Swiv nou:

Piblisite


Piblisite