Biblia Todo Logo
Bib sou entènèt

- Piblisite -




୧ ପିତର 3:22 - ଓଡିଆ ବାଇବେଲ

22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେହି ଯୀଶୁ ଖ୍ରୀଷ୍ଟ ସ୍ଵର୍ଗାରୋହଣ କରି ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ୍ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେହି ଖ୍ରୀଷ୍ଟ ବର୍ତ୍ତମାନ ସ୍ୱର୍ଗଦୂତ ଓ ସମସ୍ତ ସ୍ୱର୍ଗୀୟ ଅଧିପତି ଓ ଶକ୍ତିପୁଞ୍ଜ ଉପରେ ରାଜତ୍ୱ କରୁଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

22 ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।

Gade chapit la Kopi




୧ ପିତର 3:22
24 Referans Kwoze  

କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।


ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;


ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।


ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର ।


କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,


କିଏ ଦଣ୍ଡାଜ୍ଞା ଦେବ ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି ।


ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ ।


ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ ।


ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।


ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।


ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି ?


କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ (ଯୀଶୁ) କହିଲେ,


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି ।


ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ ।


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ ।


ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ ।


Swiv nou:

Piblisite


Piblisite