Biblia Todo Logo
Bib sou entènèt

- Piblisite -




୧ ପିତର 3:3 - ଓଡିଆ ବାଇବେଲ

3 ପୁଣି, କେଶବେଶ , ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 କେଶ ବିନ୍ୟାସ, ବେଶଭୂଷା, ଅଳଙ୍କାର ପ୍ରସାଧନ ପ୍ରକୃତ୍ତି ବାହ୍ୟିକ ସାଜସଜ୍ଜାରେ ନିଜର ଶୋଭାବର୍ଦ୍ଧନ କରିବା ତୁମ୍ନଭମାନଙ୍କରର ଅନୁଚିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ଯ୍ୟ ନିର୍ଭର କରେ ନାହିଁ।

Gade chapit la Kopi




୧ ପିତର 3:3
22 Referans Kwoze  

ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ’ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।


ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।


ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍‍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।


ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,


ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।


ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।


ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ’ ପାଖକୁ ଆଣ।”


ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;


ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।


ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେ ସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।


ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”


ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।


ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ ।


Swiv nou:

Piblisite


Piblisite