Biblia Todo Logo
Bib sou entènèt

- Piblisite -




୧ ପିତର 3:5 - ଓଡିଆ ବାଇବେଲ

5 କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ୱରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ପୂର୍ବକାଳରେ ସାଧ୍ଵୀ ସ୍ତ୍ରୀମାନେ ମଧ୍ୟ ଈଶ୍ଵରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ଵାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଅତୀତରେ ଯେଉଁ ସାଧ୍ୱୀ ସ୍ତ୍ରୀମାନେ ଈଶ୍ୱରଙ୍କଠାରେ ଭରସା ରଖିଥିଲେ, ସେମାନେ ସ୍ୱାମୀର ବଶୀଭୂତା ହେବା ଦ୍ୱାରା ନିଜକୁ ବିଭଷିତା କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ବହୁ ପୂର୍ବରୁ ପରମେଶ୍ୱରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସେମାନେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସେମାନେ ନିଜ ପତିମାନଙ୍କ ଅଧୀନରେ ଥିଲେ।

Gade chapit la Kopi




୧ ପିତର 3:5
17 Referans Kwoze  

ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ୱରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।


କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ ।


ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍‌କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।


ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ ।


ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।”


ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।


ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।


ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;


ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।


ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।


ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।


ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଭକ୍ତି କରୁ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


Swiv nou:

Piblisite


Piblisite