Biblia Todo Logo
Bib sou entènèt

- Piblisite -




୧ ପିତର 3:7 - ଓଡିଆ ବାଇବେଲ

7 ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥି ନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳାପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେହି ପ୍ରକାରେ, ହେ ସ୍ଵାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି ଜ୍ଞାନରେ ସେମାନଙ୍କର ସହିତ ବାସ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ହେ ସ୍ୱାମୀମାନେ, ସେହିପରି ତୁମ ସ୍ତ୍ରୀମାନଙ୍କୁ ଅବଳା ବୋଲି ଜାଣି ସେମାନଙ୍କ ପ୍ରତି ସହନଶୀଳ ହୋଇ ବାସ କର। ସେମାନଙ୍କୁ ସମ୍ମାନ ଦିଅ। ସେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ଈଶ୍ୱରଙ୍କଠାରେ ଜୀବନରୂପ ଦାନ ପାଇବେ। ତୁମ୍ଭେମାନେ ସେମାନଙ୍କ ପ୍ରତି ଯଥୋଜିତ ବ୍ୟବହାର କଲେ, ତୁମ୍ଭମାନଙ୍କର ପ୍ରାର୍ଥନା ବାଧାପ୍ରାପ୍ତ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।

Gade chapit la Kopi

ପବିତ୍ର ବାଇବଲ

7 ଠିକ୍ ସେହିଭଳି ତୁମ୍ଭେ ପତିମାନେ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣାରେ ଜୀବନଯାପନ କର। ତୁମ୍ଭେମାନେ ନିଜ ପତ୍ନୀକୁ ସମ୍ମାନ ଦେଖାଇବା ଉଚିତ୍। ସେମାନେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ୱର, ତୁମ୍ଭ ଭଳି ସେମାନଙ୍କୁ ମଧ୍ୟ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନାରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।

Gade chapit la Kopi




୧ ପିତର 3:7
20 Referans Kwoze  

ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।


ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଭକ୍ତି କରୁ ।


ସ୍ୱାମୀ ସ୍ତ୍ରୀକୁ ତା'ର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତା'ର ପ୍ରାପ୍ୟ ଦେଉ ।


ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।


ଆଉ, ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୂଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,


ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର ।


ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ ।


ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ ।


ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,


Swiv nou:

Piblisite


Piblisite