Biblia Todo Logo
Bib sou entènèt

- Piblisite -




୧ ପିତର 4:15 - ଓଡିଆ ବାଇବେଲ

15 ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୁରାଚାରୀ, କି ଅନଧିକାରଚର୍ଚ୍ଚାକାରୀ ହୋଇ ଦଣ୍ତ ଭୋଗ ନ କରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମ୍ଭମାନଙ୍କ ମଧ୍ୟରୁ କେହି ନରହନ୍ତା, ଦସ୍ୟୁ ବା ଦୁରାଚାରୀ, କିଅବା ଗଣ୍ଡଗୋଳ ସୃଷ୍ଟି କରିବା ହେତୁ ଦୁଃଖଭୋଗ ନ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭମାନଙ୍କ ଭିତରୁ କେହି ହତ୍ୟାକାରୀ ବା ଗ୍ଭେର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାରରେ ମୁଣ୍ଡ ଖେଳାଇଲା ଭଳି ଲୋକ ନ ଥାଉ। ସେହିଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କେହି ଏପରି କାର୍ଯ୍ୟ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କେହି ଖ୍ରୀଷ୍ଟିୟାନ ହେବାରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।

Gade chapit la Kopi




୧ ପିତର 4:15
9 Referans Kwoze  

ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ ।


ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥି ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,


ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନାବଶ୍ୟକ କଥାବାର୍ତ୍ତା କରନ୍ତି ।


କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ୱରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।


ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ୱରଙ୍କ ବାକ୍ୟ ଆବଦ୍ଧ ନୁହେଁ ।


ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।


ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।


ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


Swiv nou:

Piblisite


Piblisite