Biblia Todo Logo
Bib sou entènèt

- Piblisite -




୧ ପିତର 5:12 - ଓଡିଆ ବାଇବେଲ

12 ଈଶ୍ୱରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଈଶ୍ଵରଙ୍କ ସତ୍ୟ ଅନୁଗ୍ରହ ଯେ ଏହିପ୍ରକାର, ଏ ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ଵାନଙ୍କ ଦ୍ଵାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ଵସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଶୀଲାଙ୍କୁ ବିଶ୍ୱସ୍ତ ଖ୍ରୀଷ୍ଟୀୟ ଭ୍ରାତାରୂପେ ମୁଁ ସମାଦର କରେ। ତାଙ୍କ ସହାୟତାରେ ମୁଁ ଏହି ସଂକ୍ଷିପ୍ତ ପତ୍ର ଲେଖିଛି। ଈଶ୍ୱରଙ୍କ ବାସ୍ତବ ଅନୁଗ୍ରହ ସମ୍ବନ୍ଧରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ମୋ ଉଦ୍ଦେଶ୍ୟ। ସେହି ଅନୁଗ୍ରେହରେ ତୁମ୍ଭେମାନେ ଅଟଳ ରୁହ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ

12 ସିଲାନ୍ ସାହାଯ୍ୟରେ ମୁଁ ଏହି ଛୋଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟରେ ଜଣେ ବିଶ୍ୱସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ୱନା ଦେବା ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଗ୍ଭହିଁଥିଲି ଯେ ଏହା ହେଉଛି ପରମେଶ୍ୱରଙ୍କ ଅନୁଗ୍ରହ। ସେହି ଅନୁଗ୍ରହରେ ଦୃଢ଼ ହୋଇ ରୁହ।

Gade chapit la Kopi




୧ ପିତର 5:12
24 Referans Kwoze  

ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।


ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


କାରଣ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାଁନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;


କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।


ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ;


ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି ।


ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ ।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।


ତାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ ।


ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;


ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;


ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖି‌କ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;


ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି ।


ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକାର୍ଯ୍ୟକାରୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ ।


ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ ।


ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କ'ଣ ?


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ ।


ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ୱରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;


Swiv nou:

Piblisite


Piblisite