Biblia Todo Logo
Bib sou entènèt

- Piblisite -




୧ ପିତର 5:4 - ଓଡିଆ ବାଇବେଲ

4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।

Gade chapit la Kopi

ପବିତ୍ର ବାଇବଲ

4 ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।

Gade chapit la Kopi




୧ ପିତର 5:4
22 Referans Kwoze  

ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।


ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।


ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି ।


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।


ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।


ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।


ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”


ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ ଆମେନ୍ ।


ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ ।


ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।


Swiv nou:

Piblisite


Piblisite