Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:20 - ଓଡିଆ ବାଇବେଲ

20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”

Gade chapit la Kopi

ପବିତ୍ର ବାଇବଲ

20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”

Gade chapit la Kopi




1 ଶାମୁୟେଲ 1:20
13 Referans Kwoze  

ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।"


ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”


ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”


ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।


ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।


ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”


ଆଉ ଅଧିକ କ'ଣ କହିବି ? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁଏଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;


ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।


Swiv nou:

Piblisite


Piblisite