Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:22 - ଓଡିଆ ବାଇବେଲ

22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ଵାମୀକି କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”

Gade chapit la Kopi

ପବିତ୍ର ବାଇବଲ

22 କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”

Gade chapit la Kopi




1 ଶାମୁୟେଲ 1:22
17 Referans Kwoze  

ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।


ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।


ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,


ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।


ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ଏଉତ୍ତାରେ ଇଲ୍‍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।


ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।


ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଅନନ୍ତ କାଳଯାଏ ସ୍ମରଣୀୟ ହେବ।


ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।


ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।


Swiv nou:

Piblisite


Piblisite