Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:26 - ଓଡିଆ ବାଇବେଲ

26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୁ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୁ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

Gade chapit la Kopi

ପବିତ୍ର ବାଇବଲ

26 ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।

Gade chapit la Kopi




1 ଶାମୁୟେଲ 1:26
11 Referans Kwoze  

ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।


ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।


ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।


ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।


ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।”


ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।


ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; ଅବ୍‍ନର, ଏ ଯୁବା କାହାର ପୁଅ ? ଅବ୍‍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।


ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୁ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋ’ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।


ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।


ହେ ମୋହର ପ୍ରଭୁ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


Swiv nou:

Piblisite


Piblisite