Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:22 - ଓଡିଆ ବାଇବେଲ

22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି ? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”

Gade chapit la Kopi

ପବିତ୍ର ବାଇବଲ

22 ତା'ପରେ ଲୋକମାନେ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ଏପର୍ଯ୍ୟନ୍ତ ଶାଉଲ ଏଠାକୁ ଆସିଛନ୍ତି କି?” ସଦାପ୍ରଭୁ କହିଲେ, “ସେ ଏଠାରେ ଥିବା ସାମଗ୍ରୀମାନଙ୍କ ମଧ୍ୟରେ ନିଜକୁ ଗୋପନ ରଖିଛି।”

Gade chapit la Kopi




1 ଶାମୁୟେଲ 10:22
19 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।


ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;


ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ ?


ଏହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା ? ସଦାପ୍ରଭୁ କହିଲେ, ଯାଅ; ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।


ପୁଣି ଇସ୍ରାଏଲ ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା ? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ।


ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ ?”


ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।


ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।


ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, ମୁଁ କ’ଣ ପଲେଷ୍ଟୀୟମାନଙ୍କ ପଛରେ ଯିବି ? ତୁମ୍ଭେ କ’ଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।


ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।


ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ।


ଏଉତ୍ତାରେ ଦାଉଦ ଅହୀମେଲକ୍‍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋ’ କତିକି ଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି ? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ।


ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କ’ଣ ଯିହୁଦାର କୌଣସି ଏକ ନଗରକୁ ଯିବି” ? ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି ?” ସେ କହିଲେ “ହିବ୍ରୋଣକୁ।”


ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”


Swiv nou:

Piblisite


Piblisite