Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:19 - ଓଡିଆ ବାଇବେଲ

19 ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେସମୟରେ ସମସ୍ତ ଇସ୍ରାଏଲ-ଦେଶରେ କମାର ମିଳୁ ନ ଥିଲା; କାରଣ ପଲେଷ୍ଟୀୟମାନେ କହିଲେ, କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ଼୍‍ଗ ବା ବର୍ଚ୍ଛା ନିର୍ମାଣ କରିବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେସମୟରେ ସମସ୍ତ ଇସ୍ରାଏଲ ଦେଶରେ କମାର ମିଳୁ ନ ଥିଲେ; କାରଣ ପଲେଷ୍ଟୀୟମାନେ କହିଲେ, “କେଜାଣି ଏବ୍ରୀୟମାନେ ଆପଣାମାନଙ୍କ ପାଇଁ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିବେ;”

Gade chapit la Kopi

ପବିତ୍ର ବାଇବଲ

19 କୌଣସି ଇସ୍ରାଏଲୀୟ କମାର କାମ କରୁ ନ ଥିଲେ। କାରଣ ପଲେଷ୍ଟୀୟମାନେ ଇସ୍ରାଏଲୀୟମାନଙ୍କୁ ଲୌହ କର୍ମ ଶିଖାଇ ନ ଥିଲେ ସେମାନଙ୍କର ଭୟଥିଲା ଏହା ଦ୍ୱାରା ଇସ୍ରାଏଲୀୟମାନେ ‌‌ଖ‌ଡ଼୍‌ଗ ବା ବର୍ଚ୍ଛା ନିର୍ମାଣ କରି ପାରିବେ।

Gade chapit la Kopi




1 ଶାମୁୟେଲ 13:19
6 Referans Kwoze  

ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।


ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ?


ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।


ଏଣୁ ଆପଣା ଆପଣା ଫାଳ ଓ ଛୁରୀ ଓ କୁହ୍ରାଡ଼ି ଓ କୋଡ଼ି ପଜାଇବା ପାଇଁ ଇସ୍ରାଏଲର ସମସ୍ତ ଲୋକଙ୍କୁ ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା;


ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,


Swiv nou:

Piblisite


Piblisite