Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:2 - ଓଡିଆ ବାଇବେଲ

2 ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବୈଥେଲ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଶାଉଲ ଇସ୍ରାଏଲରୁ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2,000 ମି‌କ୍‌ମ‌ସ୍‌ରେ ବୈଥେ‌ଲ୍‌ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ।

Gade chapit la Kopi




1 ଶାମୁୟେଲ 13:2
24 Referans Kwoze  

ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।


ପୁଣି, ସେଦିନ ସେମାନେ ମିକ୍‍ମସ୍‍ଠାରୁ ଅୟାଲୋନ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ; ତହିଁରେ ଲୋକମାନେ ଅତିଶୟ କ୍ଳାନ୍ତ ହେଲେ।


ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।


ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ ଦଳ ବାହାର ହୋଇ ମିକ୍‍ମସ୍‍ ଘାଟୀକୁ ଗଲେ।


ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।


ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।


ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।


ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।


ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।


ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।


ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।


ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋ’ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;


ଏଥିଉତ୍ତାରେ ଶାମୁୟେଲ ଉଠି ଗିଲ୍‍ଗଲ୍‍ରୁ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାକୁ ଗଲେ। ସେତେବେଳେ ଶାଉଲ ଗଣନା କରି ଊଣାଧିକ ଛଅ ଶତ ଲୋକ ଆପଣା ନିକଟରେ ଥିବାର ଦେଖିଲେ।


ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।


ଏଥିରେ ଶାଉଲ ଉଠି ସୀଫ୍‍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍‍ ପ୍ରାନ୍ତରକୁ ଗଲେ।


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।


ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।


ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;


ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।


ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍‍ମସ୍‍ ଓ ଅୟାରେ, ବେଥେଲ୍‍ ଓ ତହିଁର ଉପ ନଗରରେ;


Swiv nou:

Piblisite


Piblisite