Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:5 - ଓଡିଆ ବାଇବେଲ

5 ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ଵାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକାରଣ୍ୟ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବୈଥାବନ୍ର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ରତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍‍ମସ୍‍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ

5 ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ୍ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଥିଲେ ଓ ସମୁଦ୍ର ତୀରର ବାଲିଭଳି ସୈନିକ ଥିଲେ। ସେମାନେ ଆସି ମି‌କ୍‌ମ‌ସ୍‌ରେ ବୈଥାବନର ପୂର୍ବଦିଗରେ ଛାଉଣି ସ୍ଥାପନ କଲେ।

Gade chapit la Kopi




1 ଶାମୁୟେଲ 13:5
21 Referans Kwoze  

ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।


ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।


ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।


ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।


ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,


ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।


ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।


ଏବେ, ହେ ସଦାପ୍ରଭୁ ପରମେଶ୍ୱର, ମୋ’ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ।


ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।


ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, "ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;"


ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।


ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।


ଏଥିରେ ଶାମୁୟେଲ କହିଲେ, ତୁମ୍ଭେ କଅଣ କଲ ? ଶାଉଲ ଉତ୍ତର କଲେ, ମୁଁ ଦେଖିଲି, ଯେ ଲୋକମାନେ ମୋ’ ନିକଟରୁ ଛିନ୍ନଭିନ୍ନ ହେଉଅଛନ୍ତି, ପୁଣି, ନିରୂପିତ ଦିବସ ମଧ୍ୟରେ ତୁମ୍ଭେ ଆସିଲ ନାହିଁ, ମଧ୍ୟ ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଏକତ୍ର ହୋଇଅଛନ୍ତି;


ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।


ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।


ତହିଁରେ ଇସ୍ରାଏଲ ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।


ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;


ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।


Swiv nou:

Piblisite


Piblisite