Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:9 - ଓଡିଆ ବାଇବେଲ

9 ଏଥିରେ ଶାଉଲ କହିଲେ, ଏଠାରେ ମୋ’ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ। ଆଉ ସେ ହୋମବଳି ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ଶାଉଲ କହିଲେ, ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ। ଆଉ ସେ ହୋମବଳି ଉତ୍ସର୍ଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ

9 ଶାଉଲ କହିଲେ, “ଏଥର ମୋ’ ପାଇଁ ହୋମବଳି ଓ ମଙ୍ଗଳାର୍ଥକ ବଳି ଆଣ।” ଏବଂ ସେ ନିଜେ ହୋମବଳି ଉତ୍ସର୍ଗ କଲେ।

Gade chapit la Kopi




1 ଶାମୁୟେଲ 13:9
13 Referans Kwoze  

ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।


ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;


ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।


ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।


ତହୁଁ ଶାଉଲ ଅହୀୟକୁ କହିଲେ, ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ, କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


Swiv nou:

Piblisite


Piblisite