Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:6 - ଓଡିଆ ବାଇବେଲ

6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ଵାରା ହେଉ କି ଅଳ୍ପ ଦ୍ଵାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

6 ଯୋନାଥନ ତାଙ୍କ ଆଜ୍ଞାକାରୀ ଯୁବକଙ୍କୁ ଯିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକୁ କହିଲେ, “ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡ଼କୁ ଯିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ୟବହାର କରି ସେମାନଙ୍କୁ ପରାସ୍ତ କରି ପାରନ୍ତି, ଯେହେତୁ ଆମ୍ଭେ ଅଳ୍ପ ବା ବେଶୀ ସୈନ୍ୟ ହେଉ ଆମ୍ଭମାନଙ୍କୁ ରକ୍ଷା କରିବାରେ ସଦାପ୍ରଭୁଙ୍କୁ କେହି ଅଟକାଇ ପାରିବ ନାହିଁ।”

Gade chapit la Kopi




1 ଶାମୁୟେଲ 14:6
31 Referans Kwoze  

ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ ।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?


ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


ହୋଇପାରେ, ମୋ’ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”


ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।


ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର ଦ୍ୱାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”


ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?


ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।


ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।


ତହିଁରେ ତାହାର ଅସ୍ତ୍ରବାହକ କହିଲା, ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।


ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।


ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।


ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।


ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।


ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;


ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।


ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”


ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥା’ନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।


ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।


Swiv nou:

Piblisite


Piblisite