Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।

Gade chapit la Kopi

ପବିତ୍ର ବାଇବଲ

1 ଥରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ମୋତେ ରାଜପଦରେ ତୁମ୍ଭକୁ ଅଭିଷେକ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ।

Gade chapit la Kopi




1 ଶାମୁୟେଲ 15:1
10 Referans Kwoze  

କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।


ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?


ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,


ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”


Swiv nou:

Piblisite


Piblisite