Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:18 - ଓଡିଆ ବାଇବେଲ

18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ବର୍ଜିତ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’

Gade chapit la Kopi

ପବିତ୍ର ବାଇବଲ

18 ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ହତ୍ୟା କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ତାଙ୍କ ସହ ଯୁଦ୍ଧ କର।’

Gade chapit la Kopi




1 ଶାମୁୟେଲ 15:18
9 Referans Kwoze  

ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।


ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ ?


ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”


ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।


ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।


ଆମ୍ଭେମାନେ ଜନ୍ମରେ ଯିହୂଦୀ, ଅଣଯିହୂଦୀ ପାପୀ ନୋହୁଁ,


ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।


Swiv nou:

Piblisite


Piblisite