Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:23 - ଓଡିଆ ବାଇବେଲ

23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

23 ବିଦ୍ରୋହିତା ମନ୍ତ୍ରପାଠ ପାପତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନଙ୍କର ପୂଜାତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ। ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହେବା ପାଇଁ ତୁଚ୍ଛ କରିଅଛନ୍ତି।”

Gade chapit la Kopi




1 ଶାମୁୟେଲ 15:23
36 Referans Kwoze  

ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”


ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।


ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”


ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।


ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।


ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।


ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”


ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।


ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।


ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।


ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।


ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦକୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ ।


ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।


ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।


ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;


କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍‍ ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,


ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।


Swiv nou:

Piblisite


Piblisite