Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:10 - ଓଡିଆ ବାଇବେଲ

10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟ-ଶ୍ରେଣୀକି ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”

Gade chapit la Kopi

ପବିତ୍ର ବାଇବଲ

10 ପଲେଷ୍ଟୀୟ ମଧ୍ୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟବାହିନୀକୁ ତୁଚ୍ଛ କରୁଅଛି। ମୁଁ ସାହସ କରି କହୁଅଛି ମୋତେ ଜଣେ ଲୋକ ଦିଅ, ତେବେ ଆମ୍ଭେମାନେ ପରସ୍ପର ଯୁଦ୍ଧ କରି ପାରିବୁ।”

Gade chapit la Kopi




1 ଶାମୁୟେଲ 17:10
14 Referans Kwoze  

ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ’ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।


ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ ? ତୁମ୍ଭେମାନେ କି ରାଜଦ୍ରୋହ କରିବ ?”


ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍‍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,


ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”


Swiv nou:

Piblisite


Piblisite