Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:25 - ଓଡିଆ ବାଇବେଲ

25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କ’ଣ ତୁମ୍ଭେମାନେ ଦେଖିଲ ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ଇସ୍ରାଏଲ-ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠିଆସିଅଛି; ପୁଣି ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ ନିଷ୍କର କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”

Gade chapit la Kopi

ପବିତ୍ର ବାଇବଲ

25 ଜଣେ ଇସ୍ରାଏଲର ଲୋକ କହିଲା, “ତୁମ୍ଭେମାନେ ସେହି ବ୍ୟକ୍ତିକୁ ଦେଖିଲକି ଯିଏ ଇସ୍ରାଏଲକୁ ଅବମାନନା କରିବାକୁ ଆସିଥିଲା? ଏହାକୁ ଯେଉଁ ଲୋକ ହତ୍ୟା କରିବ, ରାଜା ତାହାଙ୍କୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ। ଆଉ ଇସ୍ରାଏଲ ମଧ୍ୟରେ ତା'ର ପିତୃ ଗୃହକୁ ନିଷ୍କର କରିବେ।”

Gade chapit la Kopi




1 ଶାମୁୟେଲ 17:25
11 Referans Kwoze  

ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।


ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ(ଧଳା) ପ୍ରସ୍ତର ତାହାକୁ ଦେବୁ ।


ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ ।


ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।


ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।


ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।


Swiv nou:

Piblisite


Piblisite