Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।

Gade chapit la Kopi

ପବିତ୍ର ବାଇବଲ

1 ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରି ସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃଢ଼ ବନ୍ଧୁତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲେ।

Gade chapit la Kopi




1 ଶାମୁୟେଲ 18:1
17 Referans Kwoze  

ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।


ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।


ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋ’ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।


ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


ଏହେତୁ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‍କ୍ଷଣାତ୍‍ ମରିଯିବେ।


ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ,


ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋ’ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋ’ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋ’ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।


ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;


ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।


ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।


ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।


ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।


ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ ?


ଏଥିପାଇଁ କ’ଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋ’ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ ?


ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।


Swiv nou:

Piblisite


Piblisite