Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:12 - ଓଡିଆ ବାଇବେଲ

12 ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କଲେ।

Gade chapit la Kopi




1 ଶାମୁୟେଲ 18:12
23 Referans Kwoze  

ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ।


ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋ’ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।


ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।


ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ୱର ତାହାଙ୍କ ସହିତ ଥିଲେ,


ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ ।


କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ ।


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,


ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ !


ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।


ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।


ପୁଣି, ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ ? ଆଜିର ପରି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।


ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେକଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।


ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ ?


ତୁମ୍ଭର ଅମଙ୍ଗଳ କରିବା ମୋ’ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।


ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।


ତହୁଁ ସେ କହିଲା, ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି। ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।


ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।


ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।


ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;


Swiv nou:

Piblisite


Piblisite