Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:24 - ଓଡିଆ ବାଇବେଲ

24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।

Gade chapit la Kopi

ପବିତ୍ର ବାଇବଲ

24 ନାହିଁ, ନାହିଁ, ମୋର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ଭଲ ନୁହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।

Gade chapit la Kopi




1 ଶାମୁୟେଲ 2:24
16 Referans Kwoze  

ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।


ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ ।


କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।


ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,


ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;


ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର ।


ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”


ତଥାପି ଯେହୂ ଆପଣାର ସର୍ବାନ୍ତଃକରଣ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବାକୁ କିଛି ମନୋଯୋଗ କଲେ ନାହିଁ; ଯାରବୀୟାମ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ, ତାଙ୍କର ସେହି ପାପ ସେ ପରିତ୍ୟାଗ କଲେ ନାହିଁ।


କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।


ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।


ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”


ତହୁଁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।


ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।


Swiv nou:

Piblisite


Piblisite