Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:26 - ଓଡିଆ ବାଇବେଲ

26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

26 କିନ୍ତୁ ବାଳକ ଶାମୁୟେଲ କ୍ରମେ କ୍ରମେ ବଡ଼ ହେଲା ଆଉ ପରମେଶ୍ୱରଙ୍କର ଓ ଲୋକମାନଙ୍କର ଅନୁଗ୍ରହ ପାତ୍ର ହେଲା।

Gade chapit la Kopi




1 ଶାମୁୟେଲ 2:26
11 Referans Kwoze  

ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ୱରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।


ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା ।


ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ ।


ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ ।


ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।


ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।


ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।


ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।


ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।


Swiv nou:

Piblisite


Piblisite