Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:27 - ଓଡିଆ ବାଇବେଲ

27 ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଥି ଉତ୍ତାରେ ପରମେଶ୍ଵରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ଵରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ

Gade chapit la Kopi

ପବିତ୍ର ବାଇବଲ

27 ଏହା ପରେ ପରମେଶ୍ୱରଙ୍କଠାରୁ ଏକ ଲୋକ ଏଲିଙ୍କ ନିକଟକୁ ଆସି କହିଲା, “ସଦାପ୍ରଭୁ ଏହା କହନ୍ତି, ‘ଯେତେବେଳେ ତୁମ୍ଭର ପୂର୍ବପୁରୁଷଗଣ ମିଶରରେ ଫାରୋର ଦାସତ୍ୱରେ ଥିଲେ। ସେ ସମୟରେ ମୁଁ ସେମାନଙ୍କ ଆଗରେ ଆବିର୍ଭାବ ହେଲି।

Gade chapit la Kopi




1 ଶାମୁୟେଲ 2:27
14 Referans Kwoze  

ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।


ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;


ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।


କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ ।


କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ ।


ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍‍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ୍ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।


ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।


ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।


ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।


Swiv nou:

Piblisite


Piblisite