Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:29 - ଓଡିଆ ବାଇବେଲ

29 ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’

Gade chapit la Kopi

ପବିତ୍ର ବାଇବଲ

29 ତେବେ ତୁମ୍ଭେମାନେ କାହିଁକି ମୋର ନୈବେଦ୍ୟ ଓ ବଳିଦାନକୁ ପରିତ୍ୟାଗ କରୁଛ ଯାହାକି ମୋ’ ମନ୍ଦିରରେ ଉତ୍ସର୍ଗ କରାଯିବ ବୋଲି ମୁଁ ଆଜ୍ଞା ଦେଇଅଛି? ପୁଣି କାହିଁକି ତୁମ୍ଭର ପୁତ୍ରଗଣଙ୍କୁ ମୋ'ଠାରୁ ଅଧିକ ସମ୍ମାନ ଦେଉଛ, ଇସ୍ରାଏଲୀୟମାନେ ମୋ’ ସକାଶେ ଉତ୍ସର୍ଗ କରୁଥିବା ବଳିର ଅଂଶ ଓ ମେଦ କାହିଁକି ତୁମ୍ଭ ନିଜ ପାଇଁ ନେଉଛ?’

Gade chapit la Kopi




1 ଶାମୁୟେଲ 2:29
22 Referans Kwoze  

ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ ।


ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ ।


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”


ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।


ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”


ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।


Swiv nou:

Piblisite


Piblisite