Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:6 - ଓଡିଆ ବାଇବେଲ

6 ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସଦାପ୍ରଭୁ ମୃତ୍ୟୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁ ଲୋକମାନଙ୍କର ମୃତ୍ୟୁର କାରଣ ହୁଅ ଓ ସେ ପୁନର୍ବାର ଲୋକମାନଙ୍କ ଜୀବନ ଫେରାଇ ଆଣି ପାରନ୍ତି। ସଦାପ୍ରଭୁ ଲୋକମାନଙ୍କୁ କବରକୁ ପଠାନ୍ତି ଓ କବରରୁ ସେମାନଙ୍କୁ ଉଠାଇ ଆଣିପାରନ୍ତି।

Gade chapit la Kopi




1 ଶାମୁୟେଲ 2:6
20 Referans Kwoze  

ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।


ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।


ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ’ ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”


ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।


କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;


ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,


କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ ।


ମୃତ୍ୟୁୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।


ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।


ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।


ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,


ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇ ପାରେ ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”


ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।


ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।


ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।


ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।


Swiv nou:

Piblisite


Piblisite