Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:13 - ଓଡିଆ ବାଇବେଲ

13 ତୁମ୍ଭର ଅମଙ୍ଗଳ କରିବା ମୋ’ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ,।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

13 ଯଦି ମୋର ବାପା ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହାନ୍ତି ମୁଁ ତୁମ୍ଭକୁ ଜଣାଇ ଦେବି। ମୁଁ ତୁମ୍ଭକୁ ନିରାପଦରେ ପଠାଇ ଦେବି। ମୁଁ ଯଦି ଏହା ନ କରେ ସଦାପ୍ରଭୁ ମୋତେ ନିଶ୍ଚୟ ଦଣ୍ତ ଦେବେ। ସଦାପ୍ରଭୁ ଯେପରି ମୋର ବାପାଙ୍କ ସହିତ ଅଛନ୍ତି ସେହିପରି ତୁମ୍ଭ ସହିତ ରୁହନ୍ତୁ।

Gade chapit la Kopi




1 ଶାମୁୟେଲ 20:13
22 Referans Kwoze  

ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”


ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।


ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।


ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।


ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋ'ଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋ'ଠାରେ ଦେଖିଅଛ, ସେହି ସବୁ କର; ସେଥିରେ ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।


ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋ’ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”


ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।


ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”


ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।


ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।


ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।


ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।


ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।


ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି ?


ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋ’ ପ୍ରତି ପ୍ରକାଶ କରିବ;


ସଦାପ୍ରଭୁ ଯେପରି ମୋ’ ପ୍ରଭୁ ମହାରାଜାଙ୍କର ସହବର୍ତ୍ତୀ ହୋଇଅଛନ୍ତି, ସେହିପରି ଶଲୋମନଙ୍କର ସହବର୍ତ୍ତୀ ହେଉନ୍ତୁ ଓ ସେ ମୋ’ ପ୍ରଭୁ ମହାରାଜ ଦାଉଦଙ୍କ ସିଂହାସନ ଅପେକ୍ଷା ତାଙ୍କ ସିଂହାସନ ବଡ଼ କରନ୍ତୁ।


Swiv nou:

Piblisite


Piblisite