Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:10 - ଓଡିଆ ବାଇବେଲ

10 ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଅହୀମେଲକ୍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ଼୍‍ଗ ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”

Gade chapit la Kopi

ପବିତ୍ର ବାଇବଲ

10 ଅହୀମେଲକ ଦାଉଦଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାହାକୁ ଖାଦ୍ୟ ଦ୍ରବ୍ୟ ଓ ପଲେଷ୍ଟୀୟର ଖଣ୍ତା ଦେଲେ।”

Gade chapit la Kopi




1 ଶାମୁୟେଲ 22:10
11 Referans Kwoze  

ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି ? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ।


ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।


ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।


ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।


ମୁଁ କ’ଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି ? ତାହା ମୋ’ଠୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।


ପୁଣି, ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ ? ଆଜିର ପରି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।


ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି ? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।


ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।


ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହିଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।


Swiv nou:

Piblisite


Piblisite