Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:23 - ଓଡିଆ ବାଇବେଲ

23 ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋ’ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।”

Gade chapit la Kopi

ପବିତ୍ର ବାଇବଲ

23 ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ କର ନାହିଁ କାରଣ ଯେ ମୋତେ ମାରିବାକୁ ଗ୍ଭହେଁ, ସେ ତୁମ୍ଭକୁ ମଧ୍ୟ ମାରିବାକୁ ଗ୍ଭହୁଁଛି। କିନ୍ତୁ ତୁମ୍ଭେ ମୋ’ ପାଖରେ ସୁରକ୍ଷିତ ରହିବ।”

Gade chapit la Kopi




1 ଶାମୁୟେଲ 22:23
11 Referans Kwoze  

ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁ ଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋ’ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋ’ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।


ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ ।


ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।


ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ ।


ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।


ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।


ପୁଣି, ସେ ତାଙ୍କୁ କହିଲା, ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।


ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”


Swiv nou:

Piblisite


Piblisite