Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:11 - ଓଡିଆ ବାଇବେଲ

11 କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”

Gade chapit la Kopi

ପବିତ୍ର ବାଇବଲ

11 ଶାଉଲ କ’ଣ କିୟୀଲାକୁ ଆସିବ? କିୟୀଲାର ଲୋକମାନେ କ’ଣ ମୋତେ ତାଙ୍କ ହାତରେ ସମର୍ପି ଦେବେ? ହେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ଏ କଥା ତୁମ୍ଭ ଦାସକୁ ଜଣାଅ।” ତହିଁରେ ସଦାପ୍ରଭୁ ଉତ୍ତର ଦେଲେ, “ଶାଉଲ ଆସିବ।”

Gade chapit la Kopi




1 ଶାମୁୟେଲ 23:11
6 Referans Kwoze  

ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ତେବେ ଦାଉଦ କହିଲେ, ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋ’ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।


ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।


Swiv nou:

Piblisite


Piblisite