Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:14 - ଓଡିଆ ବାଇବେଲ

14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି ? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି ? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ପଶୁ ପଛରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।

Gade chapit la Kopi

ପବିତ୍ର ବାଇବଲ

14 ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଛନ୍ତି? ତୁମ୍ଭେ କାହା ପଛରେ ଗୋଡ଼ଉଛ? ଗୋଟିଏ ମଲା କୁକୁର ପଛରେ, ଗୋଟିଏ ଡାଆଂଶ ପଛରେ ତୁମ୍ଭେ ଗୋଡ଼ଉଛ।

Gade chapit la Kopi




1 ଶାମୁୟେଲ 24:14
9 Referans Kwoze  

ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।


ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ ?”


ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋ’ ପାଖକୁ ଆସିଛୁ ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।


ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କ’ଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁନାହଁ ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”


ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋ’ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ଡ କାଟି ପକାଏ।”


ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋ’ ଉପରେ ଆରୋପ କରୁଅଛ ?


ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ୍ଜ ରୂପେ ବିବସ୍ତ୍ର ହୁଏ !”


ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।


Swiv nou:

Piblisite


Piblisite