Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:23 - ଓଡିଆ ବାଇବେଲ

23 ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ଵସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ

23 ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମ ଅନୁସାରେ ଫଳ ଦିଅନ୍ତି। ସେ ତାକୁ ସତ୍ କାର୍ଯ୍ୟ ପାଇଁ ପୁରସ୍କାର ଦିଅନ୍ତି ଏବଂ ଭୁଲ୍ କାର୍ଯ୍ୟ ପାଇଁ ଦଣ୍ତ ଦିଅନ୍ତି। ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ଆଜି ସମର୍ପଣ କଲେ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ରାଜାଙ୍କୁ ମୁଁ ହତ୍ୟା କରି ନାହିଁ।

Gade chapit la Kopi




1 ଶାମୁୟେଲ 26:23
16 Referans Kwoze  

ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।


ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।


ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।


ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।


ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ?


ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ତୁମ୍ଭେ ମୋ’ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।


ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।


ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।


ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।


ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋ’ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋ’ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।


ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।


ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ।


Swiv nou:

Piblisite


Piblisite