Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 28:10 - ଓଡିଆ ବାଇବେଲ

10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ତ ବର୍ତ୍ତିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

10 ଶାଉଲ ସଦାପ୍ରଭୁଙ୍କର ନାମ ନେଇ ପ୍ରତିଜ୍ଞା କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ପାଇଁ ତୁମ୍ଭକୁ କୌଣସି ଦଣ୍ତ ମିଳିବ ନାହିଁ।”

Gade chapit la Kopi




1 ଶାମୁୟେଲ 28:10
10 Referans Kwoze  

ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା ।


ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ ।


ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋ’ ପୁତ୍ରକୁ ଉଚ୍ଛିନ୍ନ କରିବେ। ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”


ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।


କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ। ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।


ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।


ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”


ଏଥିରେ ସେ ସ୍ତ୍ରୀ କହିଲା, ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ ?


ସେତେବେଳେ ସେହି ସ୍ତ୍ରୀ କହିଲା, ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି ? ସେ କହିଲେ, ମୋ’ କତିକି ଶାମୁୟେଲଙ୍କୁ ଉଠାଇ ଆଣ।


Swiv nou:

Piblisite


Piblisite