Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:13 - ଓଡିଆ ବାଇବେଲ

13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ତ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ମୁଁ ତାକୁ କହିଅଛି ଯେ, ମୁଁ ଚିରଦିନ ତା'ର ବଂଶକୁ ଦଣ୍ତ ଦେବି, ଯେହେତୁ ତା'ର ଅପରାଧ ତାକୁ ଜଣା ଅଛି। ସେ ଜାଣିଲା ଯେ, ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କରୁଛନ୍ତି ଓ କହୁଛନ୍ତି। ତଥାପି ଏଲି ତା'ର ପୁତ୍ରମାନଙ୍କୁ ନିୟନ୍ତ୍ରଣ କଲା ନାହିଁ।

Gade chapit la Kopi




1 ଶାମୁୟେଲ 3:13
17 Referans Kwoze  

ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ ।


ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।


ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।


ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।


ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।


ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।


ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି ।


ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।


କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।


ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କ’ଣ ଏମାନଙ୍କର ବିଚାର କରିବ ନାହିଁ ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ୍ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”


ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।


ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ;


Swiv nou:

Piblisite


Piblisite