Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:18 - ଓଡିଆ ବାଇବେଲ

18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାହାଙ୍କୁ ସବୁକଥା ଜଣାଇଲେ। ତା'ପରେ ଏଲି କହିଲେ, “ସେ ସଦାପ୍ରଭୁ, ଯାହା ସଦାପ୍ରଭୁ ଭାବନ୍ତି ତାହା ଯଥାର୍ଥ, ତାହା ସେ କରନ୍ତୁ।”

Gade chapit la Kopi




1 ଶାମୁୟେଲ 3:18
18 Referans Kwoze  

ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”


ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କ’ଣ ଗ୍ରହଣ କରିବା ନାହିଁ ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।


ଅତଏବ, ଈଶ୍ୱରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।


ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?


ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”


ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ’ ପ୍ରତି କରନ୍ତୁ।”


ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କ’ଣ (ଉତ୍ତମ) ନୁହେଁ ?”


ତହୁଁ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିରୂଶାଲମରେ ଯିହୁଦାର ରାଜା ସିଦିକୀୟକୁ ଏହିସବୁ କଥା କହିଲେ।


ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ’ଠାରୁ କିଛି ଗୋପନ କରିବ ନାହିଁ।”


ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


Swiv nou:

Piblisite


Piblisite