Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 3:9 - ଓଡିଆ ବାଇବେଲ

9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେଣୁ ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୋ, କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, “ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।

Gade chapit la Kopi

ପବିତ୍ର ବାଇବଲ

9 ତେଣୁ ଏଲି ଶାମୁୟେଲକୁ କହିଲେ, “ଯାଇ ଶୁଅ, ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୁ, କହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।

Gade chapit la Kopi




1 ଶାମୁୟେଲ 3:9
9 Referans Kwoze  

ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”


ଏଥିଉତ୍ତାରେ “ମୁଁ କାହାକୁ ପଠାଇବି ? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”


ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।


ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”


ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।


ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।


ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି ?


ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।


Swiv nou:

Piblisite


Piblisite