Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 30:12 - ଓଡିଆ ବାଇବେଲ

12 ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେମାନେ ତାହାକୁ ଡିମିରିଚକ୍ତିରୁ ଏକ ଖଣ୍ତ ଓ ଦୁଇ ପେଣ୍ତା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

12 ସେମାନେ ମିଶରୀୟଙ୍କୁ ଡିମ୍ବିରି ଚକ୍ତିରୁ ଖଣ୍ଡେ ଓ ଦୁଇ ପେଣ୍ଡା କି‌ସ୍‌ମିସ୍ ଦେଲେ। ସେ ଖାଇ ସାରିବା ପରେ ଶାନ୍ତି ଅନୁଭବ କଲା। ସେ ତିନି ଦିନ ଏବଂ ତିନି ରାତି କିଛି ଖାଇ ନ ଥିଲା, ପାଣି ପିଇଲା ନାହିଁ।

Gade chapit la Kopi




1 ଶାମୁୟେଲ 30:12
9 Referans Kwoze  

ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।


ମାତ୍ର ଯୋନାଥନ ଆପଣା ପିତା ଲୋକମାନଙ୍କୁ ଶପଥ କରାଇବା ବେଳେ ଶୁଣି ନ ଥିଲା; ଏହେତୁ ସେ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ରଭାଗ ବଢ଼ାଇ ମହୁଚାକରେ ବୁଡ଼ାଇଲା ଓ ମୁଖକୁ ହସ୍ତ ନେଲା; ତହିଁରେ ତାହାର ଚକ୍ଷୁ ସତେଜ ହେଲା।


ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି ।


ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।


“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ’ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”


ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ ? ଓ ତୁମ୍ଭେ କେଉଁଠାରୁ ଆସିଅଛ ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।


ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


Swiv nou:

Piblisite


Piblisite