Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 5:3 - ଓଡିଆ ବାଇବେଲ

3 ତହିଁ ପରଦିନ ଅସ୍‍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

3 ତହିଁ ପରଦିନ ଅ‌ସ୍‌ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋ‌ନ୍‌ର ମୂର୍ତ୍ତି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁମାଡ଼ି ଭୂମିରେ ପଡ଼ିଅଛି। ଦାଗୋ‌ନ୍‌ର ଲୋକମାନେ ପୁନର୍ବାର ଉଠାଇ ସ୍ୱସ୍ଥାନରେ ରଖିଲେ।

Gade chapit la Kopi




1 ଶାମୁୟେଲ 5:3
17 Referans Kwoze  

ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।


ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।


ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର ।


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ ଯୋଡ଼ କର୍ମ ଉତ୍ତମ ହୋଇଅଛି ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।


ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।


ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।


ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।


ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।


ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।


ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।


Swiv nou:

Piblisite


Piblisite