Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:21 - ଓଡିଆ ବାଇବେଲ

21 ତହୁଁ ସେମାନେ କିରୀୟଥ୍‍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକ-ମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ସେମାନେ କିରୀୟଥ୍‍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”

Gade chapit la Kopi

ପବିତ୍ର ବାଇବଲ

21 ତହୁଁ ସେମାନେ କିରିୟଥ୍-ଯିୟାରୀମୀୟ ନିକଟକୁ ଦୂତଗଣଙ୍କୁ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଫେରାଇ ଦେଇଛନ୍ତି। ତୁମ୍ଭେମାନେ ଆସ ଓ ତୁମ୍ଭମାନଙ୍କ ସହିତ ଏହାକୁ ତୁମ୍ଭମାନଙ୍କର ନଗରକୁ ନେଇ ଯାଅ।”

Gade chapit la Kopi




1 ଶାମୁୟେଲ 6:21
11 Referans Kwoze  

ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।


ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।


ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !


ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।


ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।


ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍‍-ଯିୟାରୀମର ପଛରେ ଅଛି।


କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।


ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।


ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମ୍‍ସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।


ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।


Swiv nou:

Piblisite


Piblisite