Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 6:6 - ଓଡିଆ ବାଇବେଲ

6 ଯେପରି ମିସ୍ରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେପରି ମିସ୍ରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେପରି ମିସରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ିଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ?

Gade chapit la Kopi

ପବିତ୍ର ବାଇବଲ

6 ମିସ୍ରୀୟମାନେ ଓ ଫାରୋ କଲାପରି ତୁମ୍ଭମାନଙ୍କର ହୃଦୟକୁ କଠିନ କର ନାହିଁ। ଯେତେବେଳେ ପରମେଶ୍ୱର ସେମାନଙ୍କୁ ନିର୍ମମ ଭାବରେ ଦଣ୍ତ ଦେଲେ। ସେମାନେ ଇସ୍ରାଏଲୀୟମାନଙ୍କୁ ମିଶର ଛାଡ଼ିବା ପାଇଁ ଦେଲେ।

Gade chapit la Kopi




1 ଶାମୁୟେଲ 6:6
16 Referans Kwoze  

ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।


ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।


ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।


କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;


ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?


ଏଥିଉତ୍ତାରେ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।”


Swiv nou:

Piblisite


Piblisite