Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 7:12 - ଓଡିଆ ବାଇବେଲ

12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ଶାମୁୟେଲ ଖଣ୍ତେ ପଥର ନେଇ ମିସ୍ପୀ ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

12 ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମି‌ସ୍‌ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।”

Gade chapit la Kopi




1 ଶାମୁୟେଲ 7:12
18 Referans Kwoze  

ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;


ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।


ଅତଏବ, ଈଶ୍ୱରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ କ୍ଷୁଦ୍ର ଓ ମହାନ ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହି ସବୁ ଛଡ଼ା ଆଉ କିଛି କହୁ ନାହିଁ,


ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।


ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।


ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ।


ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।


ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।


ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।


ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍‍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।


ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି ରଖିଲେ।


ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।


Swiv nou:

Piblisite


Piblisite