Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 8:14 - ଓଡିଆ ବାଇବେଲ

14 ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।

Gade chapit la Kopi

ପବିତ୍ର ବାଇବଲ

14 “ସେ ତୁମ୍ଭଠାରୁ ନେଇଥିବା ଶସ୍ୟକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ମଧ୍ୟରୁ ଉତ୍ତମ କ୍ଷେତ୍ରକୁ ନେଇ ତା'ର ଅଧିକାରୀମାନଙ୍କୁ ବାଣ୍ଟିବେ।

Gade chapit la Kopi




1 ଶାମୁୟେଲ 8:14
7 Referans Kwoze  

ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯା’ନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।


ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କ’ଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁନାହଁ ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”


ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍‍ କରିଅଛ ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”


ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ’ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,


ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।


ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।


ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋ’ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”


Swiv nou:

Piblisite


Piblisite